ନବରଙ୍ଗପୁରରେ ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ ବୈଠକ


ସ୍ଥାନୀୟ ମିଶନ ଶକ୍ତି ବୈଠକ ଗୃହରେ ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବର୍ଷକୁ ବର୍ଷ ନବରଙ୍ଗପୁରକୁ ବନ୍ୟା ଆସି ଲୋକମାନଙ୍କ ଧନଜୀବନ ନଷ୍ଟ ହେଉଥିବାରୁ ଆଗାମୀ ଦିନରେ କିପରି ବନ୍ୟାବାତ୍ୟାକୁ ମୁକାବିଲା କରାଯାଇ ପାରିବ ସେହି ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ଏହି ବୈଠକରେ ମାନ୍ୟବର ନବରଙ୍ଗପୁର ସାଂସଦଙ୍କ ପ୍ରତିନିଧି ପ୍ରମୋଦ କୁମାର ପାଢ଼ୀ, ମାନ୍ୟବର ନବରଙ୍ଗପୁର ବିଧାୟକ ଶ୍ରୀ ସଦାଶିବ ପ୍ରଧାନୀ, ମାନ୍ୟବର ଡାବୁଗାଁ ବିଧାୟକ ଶ୍ରୀ ମନୋହର ରନ୍ଧାରୀ, ମାନ୍ୟବର ଉମରକୋଟ ବିଧାୟକ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଅତିରିକ୍ତ ଜିଲ୍ଲାପାଳ ନିମାଇଁ ଚରଣ ସୁତାର, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ନିର୍ଦ୍ଦେଶକ ରମାକାନ୍ତ ନାୟକ, ଉପଜିଲ୍ଲାପାଳ ଭାସ୍କର ରୋଇତ ଓ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ତହସିଲଦାର ବୃନ୍ଦ ଯୋଗ ଦେଇଥିଲେ ।

Advertisement

WANTED : Female Tele Caller(Freelance) : Qualification-Graduation. The candidates must be well conversant in Odia and Hindi language. Their voice must be sweet and audible. Interested Candidates may send their bio-data along with the contact details to : info@matrimonyind.com

Spread the love
You are currently viewing ନବରଙ୍ଗପୁରରେ ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ ବୈଠକ